|
| 1 |
|
| ପାଉଲ, ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ, |
|
| 2 |
|
| ପୁଣି, ଭଗ୍ନୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛୁ; |
|
| 3 |
|
| ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । |
|
| 4 |
|
| ପ୍ରଭୁ ଯୀଶୁ ଓ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ଓ ବିଶ୍ଵାସ ବିଷୟ ଶୁଣି |
|
| 5 |
|
| ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି, |
|
| 6 |
|
| ଯେପରି ତୁମ୍ଭ ବିଶ୍ଵାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ଵନ୍ଧୀୟ ଜ୍ଞାନ ଦ୍ଵାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ । |
|
| 7 |
|
| କାରଣ, ହେ ଭାଇ, ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି । |
|
| 8 |
|
| ଅତଏବ ଯାହା ଉପଯୁକ୍ତ, ସେ ସମ୍ଵନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, |
|
| 9 |
|
| ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ବରଂ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ, |
|
| 10 |
|
| ମୋହର ଏପରି ବନ୍ଧନ ଅବସ୍ଥାରେ ମୋʼଠାରୁ ଜାତ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି: |
|
| 11 |
|
| ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି, |
|
| 12 |
|
| ସେ ତ ମୋହର ହୃଦୟ ସ୍ଵରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି । |
|
| 13 |
|
| ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, |
|
| 14 |
|
| କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବଳାତ୍କାରରେ କଲା ପରି ନ ହୋଇ ସ୍ଵଚ୍ଛନ୍ଦ ମନରେ ହେବ । |
|
| 15 |
|
| କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ଵରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ଵରୂପେ ଚିରକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; |
|
| 16 |
|
| ବିଶେଷରେ ସେ ମୋହର ଜଣେ ପ୍ରିୟ ଭ୍ରାତା, ଅତଏବ, ଶରୀରରେ ଓ ମଧ୍ୟ ପ୍ରଭୁଙ୍କଠାରେ ତୁମ୍ଭ ପ୍ରତି ଅବା କେତେ ଅଧିକ ପ୍ରିୟ ନ ହେବ । |
|
| 17 |
|
| ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲା ପରି ତାହାକୁ ଗ୍ରହଣ କର । |
|
| 18 |
|
| ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖ; |
|
| 19 |
|
| ମୁଁ ପାଉଲ ସ୍ଵହସ୍ତରେ ଏହା ଲେଖିଦେଉଅଛି, ମୁଁ ତାହା ପରିଶୋଧ କରିବି । ତୁମ୍ଭେ ନିଜେ ଯେ ମୋʼ ନିକଟରେ ଚିରଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ । |
|
| 20 |
|
| ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ଵାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ଵାସ ଦିଅ । |
|
| 21 |
|
| ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ଵାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼଠାରୁ ଅଧିକ ମଧ୍ୟ କରିବ । |
|
| 22 |
|
| ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ଵାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି । |
|
| 23 |
|
| ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ,, ଦୀମା ଓ ଲୂକଜ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । |
|
| 24 |
|
| ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । |
|
|
|
|