|
| 1 |
|
| ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି । |
|
| 2 |
|
| ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ; |
|
| 3 |
|
| ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାତୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ; |
|
| 4 |
|
| ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ⇧ ସୀଦୋନୀୟମାନଙ୍କ ଅଧୀନ ମୀୟାରା । |
|
| 5 |
|
| ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍ । |
|
| 6 |
|
| ଲିବାନୋନ୍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ । |
|
| 7 |
|
| ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧବଂଶକୁ ଏହି ଦେଶ ବିଭାଗ କରି ଦିଅ । |
|
| 8 |
|
| ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ, |
|
| 9 |
|
| ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି, |
|
| 10 |
|
| ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର; |
|
| 11 |
|
| ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ, |
|
| 12 |
|
| ଅର୍ଥାତ୍, ଅଷ୍ଟାରୋତରେ ଓ ଇଦ୍ରିୟୀରେ ରାଜତ୍ଵକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ । |
|
| 13 |
|
| ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି । |
|
| 14 |
|
| କେବଳ ଲେବୀ ବଂଶକୁ ସେ କିଛି ଅଧିକାର ଦେଲେ ନାହିଁ; ତାହା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅଗ୍ନିକୃତ ଉପହାର ତାହାର ଅଧିକାର ହେଲା । |
|
| 15 |
|
| ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ । |
|
| 16 |
|
| ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି⇧; |
|
| 17 |
|
| ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ ଓ ବାମତ୍ବାଲ ଓ ବୈଥ୍ବାଲ-ମିୟୋନ, |
|
| 18 |
|
| ଯହସ୍ ଓ କଦେମୋତ୍ ଓ ମେଫାତ୍ ଗଣ. ୨୧:୨୩ |
|
| 19 |
|
| ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର |
|
| 20 |
|
| ଓ ବୈଥ୍ପିୟୋର ଓ ଅସଦୋତ୍-ପିସ୍ଗା ଓ ବୈଥ୍-ଯିଶିମୋତ୍, ତହିଁର ଏହି ସମସ୍ତ ନଗର । |
|
| 21 |
|
| ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ । |
|
| 22 |
|
| ଇସ୍ରାଏଲ-ସନ୍ତାନଗଣ ଖଡ଼୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ । |
|
| 23 |
|
| ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା । |
|
| 24 |
|
| ଆଉ ମୋଶା ଗାଦ୍ ବଂଶୀୟ ଗାଦ୍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ । |
|
| 25 |
|
| ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା । |
|
| 26 |
|
| ପୁଣି ହିଷ୍ବୋନଠାରୁ ରାମତ୍-ମିସ୍ପୀ ଓ ବଟନୀମ୍ ପର୍ଯ୍ୟନ୍ତ ଓ ମହନୟୀମଠାରୁ ଦବୀର ସୀମା ପର୍ଯ୍ୟନ୍ତ |
|
| 27 |
|
| ଓ ତଳଭୂମିରେ ବୈଥାରମ୍ ଓ ବୈଥ୍ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରା; ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ । |
|
| 28 |
|
| ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା । |
|
| 29 |
|
| ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା । |
|
| 30 |
|
| ସେମାନଙ୍କର ସୀମା ମହନୟୀମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର; |
|
| 31 |
|
| ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା । |
|
| 32 |
|
| ଯର୍ଦ୍ଦନ ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରି ଦେଲେ । |
|
| 33 |
|
| ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ । ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି । |
|
|
|
|