|
| 1 |
|
| ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା । |
|
| 2 |
|
| ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଗଣ. ୩୪:୩,୪ |
|
| 3 |
|
| ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା । |
|
| 4 |
|
| ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ । |
|
| 5 |
|
| ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରା; ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା । ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା |
|
| 6 |
|
| ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା । |
|
| 7 |
|
| ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ୍⇧ ନିକଟରେ ଥିଲା । |
|
| 8 |
|
| ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା । |
|
| 9 |
|
| ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟାଥ୍ ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା । |
|
| 10 |
|
| ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା । |
|
| 11 |
|
| ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । |
|
| 12 |
|
| ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି । |
|
| 13 |
|
| ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା । |
|
| 14 |
|
| ପୁଣି କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ । |
|
| 15 |
|
| ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା । |
|
| 16 |
|
| ସେହି ସମୟରେ କାଲେବ୍ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି । |
|
| 17 |
|
| ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ । |
|
| 18 |
|
| ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ତେ କ୍ଷେତ ମାଗିବା ପାଇଁ ସ୍ଵାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ୍ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ? |
|
| 19 |
|
| ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ । ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ । |
|
| 20 |
|
| ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର । |
|
| 21 |
|
| ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦାସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର |
|
| 22 |
|
| ଓ କୀନା ଓ ଦୀମୋନା ଓ ଅଦାଦା |
|
| 23 |
|
| ଓ କେଦଶ୍ ଓ ହାତ୍ସୋର ଓ ଯିନିନ୍; |
|
| 24 |
|
| ସୀଫ୍ ଓ ଟେଲମ୍ ଓ ବାଲୋତ୍ |
|
| 25 |
|
| ଓ ହାତ୍ସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାତ୍ସୋରନ୍ତ) |
|
| 26 |
|
| ଅମାମ୍ ଓ ଶମା ଓ ମେଲାଦା |
|
| 27 |
|
| ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବୈଥ୍ପେଲଟ |
|
| 28 |
|
| ଓ ହତ୍ସର-ଶିୟାଲ ଓ ବେରଶେବା ଓ ବିଷିୟୋଥିୟା; |
|
| 29 |
|
| ବାଲା ଓ ଇୟୀମ୍ ଓ ଏତ୍ସମ୍; |
|
| 30 |
|
| ଇଲତୋଲଦ୍ ଓ କସୀଲ ଓ ହର୍ମା |
|
| 31 |
|
| ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା |
|
| 32 |
|
| ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର । |
|
| 33 |
|
| ତଳଭୂମିରେ ଇଷ୍ଟାୟୋଲ ଓ ସରୀୟ ଓ ଅସ୍ନା |
|
| 34 |
|
| ଓ ସାନୋହ ଓ ଐନ୍ଗନ୍ନୀମ ଓ ତପୂହ ଓ ଐନମ୍; |
|
| 35 |
|
| ଯର୍ମୂତ୍ ଓ ଅଦୁଲ୍ଲମ୍, ସୋଖୋ ଓ ଅସେକା |
|
| 36 |
|
| ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର । |
|
| 37 |
|
| ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ |
|
| 38 |
|
| ଓ ଦିଲୀୟନ୍ ଓ ମିସ୍ପୀ ଓ ଯକ୍ତେଲ; |
|
| 39 |
|
| ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍; |
|
| 40 |
|
| କବ୍ବୋନ୍ ଓ ଲହମମ ଓ କିତୀଶ୍ |
|
| 41 |
|
| ଓ ଗଦେରୋତ୍, ବୈଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର । |
|
| 42 |
|
| ଲିବ୍ନା ଓ ଏଥର୍ ଓ ଅଶନ୍ |
|
| 43 |
|
| ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍; |
|
| 44 |
|
| କିୟୀଲା ଓ ଅକ୍ଷୀବ ଓ ମାରେଶା; ଗ୍ରାମ ସମେତ ନଅ ନଗର । |
|
| 45 |
|
| ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ; |
|
| 46 |
|
| ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସଦୋଦ୍ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ । |
|
| 47 |
|
| ଅସଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ । |
|
| 48 |
|
| ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ; |
|
| 49 |
|
| ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି) |
|
| 50 |
|
| ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍ |
|
| 51 |
|
| ଓ ଗୋଶନ୍ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର । |
|
| 52 |
|
| ଅରାବ୍ ଓ ଦୂମା ଓ ଇଶୀୟନ୍ |
|
| 53 |
|
| ଓ ଯାନୁମ୍ ଓ ବୈତ୍ତପୂହ ଓ ଅଫେକା |
|
| 54 |
|
| ଓ ହୁମ୍ଟା ଓ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର । |
|
| 55 |
|
| ମାୟୋନ୍, କର୍ମିଲ ଓ ସୀପ୍ ଓ ଯୁଟା |
|
| 56 |
|
| ଓ ଯିଷ୍ରୀୟେଲ ଓ ଯଗ୍ଦୀୟାମ୍ ଓ ସାନୋହ; |
|
| 57 |
|
| କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର । |
|
| 58 |
|
| ହଲହୁଲ ଓ ବୈଥ୍ସୁର ଓ ଗଦୋର |
|
| 59 |
|
| ଓ ମାରତ୍ ଓ ବୈଥନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର । |
|
| 60 |
|
| କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ କହନ୍ତି) ଓ ରବ୍ବାନ୍ତଏଥିର ଗ୍ରାମ ସମେତ ଦୁଇ ନଗର । |
|
| 61 |
|
| ପ୍ରାନ୍ତରରେ ବୈଥ୍-ଅରାବା, ମିଦ୍ଦୀନ୍ ଓ ସକାଖା |
|
| 62 |
|
| ଓ ନିବ୍ଶନ୍ ଓ ଲବଣ ନଗର ଓ ଐନ୍ଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର । |
|
| 63 |
|
| ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି । |
|
|
|
|