ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା। |
| 2 |
| ତହୁଁ ସେ ସୀମା ବେଥେଲ୍ଠାରୁ ଲୂସ୍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍କୁ ଗଲା; |
| 3 |
| ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। |
| 4 |
| ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ। |
| 5 |
| ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା। |
| 6 |
| ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା। |
| 7 |
| ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା। |
| 8 |
| ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର। |
| 9 |
| ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା। |
| 10 |
| ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/joshua/016.mp3
24
16