|
| 1 |
|
| ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, |
|
| 2 |
|
| ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର; |
|
| 3 |
|
| ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର। |
|
| 4 |
|
| ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ। |
|
| 5 |
|
| ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।” |
|
| 6 |
|
| ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ; |
|
| 7 |
|
| ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି। |
|
| 8 |
|
| ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; |
|
| 9 |
|
| ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି। |
|
| 10 |
|
| ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ। |
|
| 11 |
|
| ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍। |
|
| 12 |
|
| ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ। |
|
| 13 |
|
| ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। |
|
| 14 |
|
| ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ। |
|
|
|
|