|
| 1 |
|
| ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ଵଳ, ପୁଣି ଈଶ୍ଵର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି । |
|
| 2 |
|
| ସେହି ନଦୀର ଉଭୟ ପାର୍ଶ୍ଵରେ ଦ୍ଵାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତି ମାସରେ ଫଳ ଫଳେ, ପୁଣି ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ । |
|
| 3 |
|
| କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ଵର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ । |
|
| 4 |
|
| ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ । |
|
| 5 |
|
| ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ଵର ସେମାନଙ୍କ ଉପରେ ଆଲୋକ ସ୍ଵରୂପ ହେବେ, ପୁଣି ସେମାନେ ଯୁଗେ ଯୁଗେ ରାଜତ୍ଵ କରିବେ । |
|
| 6 |
|
| ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ଵର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତିୁ । |
|
| 7 |
|
| ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ । |
|
| 8 |
|
| ମୁଁ ଯୋହନ ସ୍ଵୟଂ ଏହିସମସ୍ତ ଶ୍ରବଣ ଓ ଦର୍ଶନ କଲି । ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହିସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି । |
|
| 9 |
|
| କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀ-ମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । |
|
| 10 |
|
| ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ । |
|
| 11 |
|
| ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର, ସେ ଆହୁରି ପବିତ୍ର ହେଉ । |
|
| 12 |
|
| ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି । |
|
| 13 |
|
| ଆମ୍ଭେ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ । |
|
| 14 |
|
| ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ । |
|
| 15 |
|
| କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ । |
|
| 16 |
|
| ଆମ୍ଭେ ଯୀଶୁ, ମଣ୍ତଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ଵଳ ପ୍ରଭାତୀତାରା । |
|
| 17 |
|
| ଆତ୍ମା ଓ କନ୍ୟା କହନ୍ତି, ଆସ । ପୁଣି ଯେ ଶୁଣେ, ସେ କହୁ, ଆସ । ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ । |
|
| 18 |
|
| ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଳେଶଗୁଡ଼ିକ ଈଶ୍ଵର ତାହା ପ୍ରତି ଘଟାଇବେ; |
|
| 19 |
|
| ପୁଣି କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ଵର ଏହି ପୁସ୍ତକରେ ଲିଖିତ ଜୀବନ ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ । |
|
| 20 |
|
| ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ । ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ । |
|
| 21 |
|
| ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ । |
|
|
|
|