|
| 1 |
|
| ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣଙ୍କୁ ବଜ୍ରନିର୍ଘୋଷ ସ୍ଵରରେ ଏହା କହୁଥିବା ଶୁଣିଲି, ଆସ । |
|
| 2 |
|
| ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦତ୍ତ ଦେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ । |
|
| 3 |
|
| ମେଷଶାବକ ଯେତେବେଳେ ଦ୍ଵିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ଵିତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ । |
|
| 4 |
|
| ସେଥିରେ ଆଉ ଗୋଟିଏ ଅଶ୍ଵ ବାହାର ହେଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥିନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି ତାହାକୁ ଗୋଟିଏ ବୃହତ୍ ଖଡ଼୍ଗ ଦତ୍ତ ହେଲା । |
|
| 5 |
|
| ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ । ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କୃଷ୍ଣବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ । |
|
| 6 |
|
| ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ଵର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ । |
|
| 7 |
|
| ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ । |
|
| 8 |
|
| ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା । |
|
| 9 |
|
| ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦତ୍ତ ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି । |
|
| 10 |
|
| ସେମାନେ ଉଚ୍ଚ ସ୍ଵରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ? |
|
| 11 |
|
| ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଶୁକ୍ଳ ବସ୍ତ୍ର ଦତ୍ତ ହେଲା, ପୁଣି ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବାଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା । |
|
| 12 |
|
| ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହାଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମନିର୍ମିତ କମ୍ଵଳ ପରି କୃଷ୍ଣବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତବର୍ଣ୍ଣ ହେଲା, |
|
| 13 |
|
| ପ୍ରବଳ ବାୟୁର ଆଘାତରେ ଡିମିରି ବୃକ୍ଷରୁ ଯେପରି ଅପକ୍ଵ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ, |
|
| 14 |
|
| ଆକାଶମଣ୍ତଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି ପର୍ବତ ଓ ଦ୍ଵୀପସମସ୍ତ ସ୍ଥାନାନ୍ତରିତ ହେଲେ । |
|
| 15 |
|
| ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ଵାଧୀନ ଲୋକସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ, |
|
| 16 |
|
| ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ, |
|
| 17 |
|
| କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି, ଆଉ କିଏ ଠିଆ ହୋଇ ପାରେ? |
|
|
|
|