|
| 1 |
|
| ତତ୍ପରେ ପଞ୍ଚମ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ତର ଚାବି ଦିଆଗଲା । |
|
| 2 |
|
| ସେ ସେହି ପାତାଳକୁଣ୍ତ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳ-କୁଣ୍ତର ଧୂମ ହେତୁ ସୂର୍ଯ୍ୟ ପୁଣି ଆକାଶ ଅନ୍ଧକାରାଚ୍ଛନ୍ନ ହେଲା । |
|
| 3 |
|
| ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା । |
|
| 4 |
|
| ପୃଥିବୀର ତୃଣ କି ହରିଦ୍ବର୍ଣ୍ଣ ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ଵରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା । |
|
| 5 |
|
| ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହିପ୍ରକାର । |
|
| 6 |
|
| ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ଵେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ । |
|
| 7 |
|
| ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧାର୍ଥେ ସଜ୍ଜିତ ଅଶ୍ଵମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି ସେମାନଙ୍କ ମୁଖ ମନୁଷ୍ୟ-ମାନଙ୍କ ମୁଖ ସଦୃଶ; |
|
| 8 |
|
| ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦ; ତୁଲ୍ୟ ସେମାନଙ୍କ ଦନ୍ତ; |
|
| 9 |
|
| ଲୌହ ଉରସ୍ତ୍ରାଣ ପରି ସେମାନଙ୍କର ଉରସ୍ତ୍ରାଣ, ପୁଣି ରଥ ଓ ରଣକ୍ଷେତ୍ରରେ ଧାବମାନ ଅନେକ ଅଶ୍ଵଙ୍କ ଶଦ୍ଦ ପରି ସେମାନଙ୍କ ପକ୍ଷର ଶଦ୍ଦ । |
|
| 10 |
|
| ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା । |
|
| 11 |
|
| ପାତାଳକୁଣ୍ତର ଦୂତ ସେମାନଙ୍କର ରାଜା, ତାହାର ନାମ ଏବ୍ରୀ ଭାଷାରେ ଅବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ । |
|
| 12 |
|
| ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହା ପରେ ଆଉ ଦୁଇଟି ସନ୍ତାପ ଆସୁଅଛି । |
|
| 13 |
|
| ଷଷ୍ଠ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଈଶ୍ଵରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ଵର ଶୁଣିଲି, |
|
| 14 |
|
| ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ । |
|
| 15 |
|
| ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ତ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ । |
|
| 16 |
|
| ଅଶ୍ଵାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି । |
|
| 17 |
|
| ଆଉ ମୁଁ ଦର୍ଶନରେ ଅଶ୍ଵ ଓ ସେମାନଙ୍କ ଆରୋହୀମାନଙ୍କୁ ଏହିପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ଵମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା । |
|
| 18 |
|
| ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଳେଶ ଦ୍ଵାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ । |
|
| 19 |
|
| କାରଣ ଅଶ୍ଵମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ଦ୍ଵାରା ସେମାନେ କ୍ଷତି କରନ୍ତି । |
|
| 20 |
|
| ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହିସମସ୍ତ କ୍ଳେଶ ଦ୍ଵାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍, ଭୂତମାନଙ୍କ ପୂଜା, ପୁଣି ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଷ୍ଠ ନିର୍ମିତ ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ, |
|
| 21 |
|
| ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ ପରିବର୍ତ୍ତନ କଲେ ନାହିଁ । |
|
|
|
|