|
| 1 |
|
| ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥ୍ଲିହିମ୍-ଯିହୁଦାରୁ ଏକ ଉପପନିୀ ଗ୍ରହଣ କଲା । |
|
| 2 |
|
| ପୁଣି ତାହାର ଉପପନିୀ ତାହା ବିରୁଦ୍ଧରେ ବେଶ୍ୟାଚାର କରି ତାହା ନିକଟରୁ ବାହାରି ଯାଇ ବେଥ୍ଲିହିମ୍-ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା । |
|
| 3 |
|
| ଏ ଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା । |
|
| 4 |
|
| ଏହେତୁରୁ ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ । |
|
| 5 |
|
| ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ । |
|
| 6 |
|
| ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର । |
|
| 7 |
|
| ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ଵଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା । |
|
| 8 |
|
| ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ । |
|
| 9 |
|
| ଏଉତ୍ତାରେ ସେ ପୁରୁଷ ଓ ତାହାର ଉପପନିୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ କହିଲା, ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅ; ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ । |
|
| 10 |
|
| ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପନିୀ ଥିଲେ । |
|
| 11 |
|
| ସେମାନେ ଯିବୂଷ ନିକଟରେ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟ-ମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ । |
|
| 12 |
|
| ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ । |
|
| 13 |
|
| ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା । |
|
| 14 |
|
| ତେଣୁ ସେମାନେ ଆପଣା ପଥରେ ଚାଲିଗଲେନ୍ତପୁଣି ବିନ୍ୟାମୀନର ଅଧିକାରସ୍ଥ ଗିବୀୟା ନିକଟରେ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା । |
|
| 15 |
|
| ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ତରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା । |
|
| 16 |
|
| ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ । |
|
| 17 |
|
| ପୁଣି ସେ ଲୋକ ଅନାଇ ନଗରର ଦାଣ୍ତରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ? |
|
| 18 |
|
| ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥ୍ଲିହିମ୍-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥ୍ଲିହିମ୍-ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ । |
|
| 19 |
|
| ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୋଟୀ ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ । |
|
| 20 |
|
| ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ତରେ ରୁହ ନାହିଁ । |
|
| 21 |
|
| ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ । |
|
| 22 |
|
| ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହାଠାରେ ଉପଗତ ହେବା । |
|
| 23 |
|
| ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର । |
|
| 24 |
|
| ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପନିୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର । |
|
| 25 |
|
| ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ପୁରୁଷ ଆପଣା ଉପପନିୀ କି ଧରି ବାହାରକୁ ସେମାନଙ୍କ କତିକି ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀଠାରେ ଉପଗତ ହେଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିଯାକ ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ । |
|
| 26 |
|
| ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ଵାମୀ ରହୁଥିବା ଲୋକର ଗୃହଦ୍ଵାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା । |
|
| 27 |
|
| ଏ ଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ଵାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ଵାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପନିୀ ସେହି ସ୍ତ୍ରୀ ଗୃହଦ୍ଵାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ଵାରବନ୍ଧ ଉପରେ ଅଛି । |
|
| 28 |
|
| ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା । |
|
| 29 |
|
| ଅନନ୍ତର ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ତେ ଛୁରୀ ନେଇ ଆପଣା ଉପପନିୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ତରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା । |
|
| 30 |
|
| ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ । |
|
|
|
|