|
| 1 |
|
| ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍-ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହର ପୌତ୍ର, ଯିରୋହମର ପୁତ୍ର; |
|
| 2 |
|
| ପୁଣି ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ । |
|
| 3 |
|
| ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ⇧ ଯାଉଥାଏ । ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ । |
|
| 4 |
|
| ପୁଣି ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା; |
|
| 5 |
|
| ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ । |
|
| 6 |
|
| ପୁଣି ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପନିୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ । |
|
| 7 |
|
| ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ଵାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପନିୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ । |
|
| 8 |
|
| ଏଥିରେ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ? |
|
| 9 |
|
| ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା । ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ । |
|
| 10 |
|
| ପୁଣି ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା । |
|
| 11 |
|
| ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ । |
|
| 12 |
|
| ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ । |
|
| 13 |
|
| ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ । |
|
| 14 |
|
| ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର । |
|
| 15 |
|
| ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି । |
|
| 16 |
|
| ଆପଣା ଦାସୀକି ପାପାଧମର କନ୍ୟା ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ହେତୁରୁ ଏପର୍ଯ୍ୟନ୍ତ କଥା କହୁଥିଲି । |
|
| 17 |
|
| ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ଵର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ । |
|
| 18 |
|
| ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ । ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା । |
|
| 19 |
|
| ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ । |
|
| 20 |
|
| ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା । |
|
| 21 |
|
| ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ । |
|
| 22 |
|
| ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ଵାମୀକି କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ⇧ । |
|
| 23 |
|
| ତହୁଁ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ । ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା । |
|
| 24 |
|
| ଅନନ୍ତର ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପବୟସ୍କ ଥିଲା । |
|
| 25 |
|
| ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ । |
|
| 26 |
|
| ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି । |
|
| 27 |
|
| ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି । |
|
| 28 |
|
| ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା । |
|
|
|
|