|
| 1 |
|
| ଇସ୍ରାଏଲୀୟମାନଙ୍କ ରାଜାପାଇଁ ପ୍ରାର୍ଥନା ଯେତେବେଳେ ଶାମୁୟେଲ ବୃଦ୍ଧ ବୟସରେ ଉପନୀତ ହେଲେ, ସେ ତାଙ୍କ ପୁତ୍ରମାନଙ୍କୁ ଇସ୍ରାଏଲୀୟମାନଙ୍କ ନେତୃତ୍ୱ ନେବା ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ। |
|
| 2 |
|
| ଶାମୁୟେଲଙ୍କ ବଡ଼ପୁଅ ଯୋୟେଲ ଏବଂ ଦ୍ୱିତୀୟ ପୁତ୍ର ଅଦୟ ବେର୍ଶେବାର ଲୋକମାନଙ୍କର ନେତୃତ୍ୱ ନେଲେ ଓ ବିଗ୍ଭର କଲେ। |
|
| 3 |
|
| ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ। |
|
| 4 |
|
| ତେଣୁ ସମସ୍ତ ବୟସ୍କ ନେତୃବୃନ୍ଦ ଏକାଠି ହୋଇ ଶାମୁୟେଲଙ୍କୁ ସାକ୍ଷାତ କରିବାକୁ ରାମା ଯାତ୍ରା କଲେ। |
|
| 5 |
|
| ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।” |
|
| 6 |
|
| ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। |
|
| 7 |
|
| ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି। |
|
| 8 |
|
| ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଲା ସମୟରେ ଯାହା କରୁଥିଲେ, ଆଜି ପର୍ଯ୍ୟନ୍ତ ତାହା ଦୋହରାଉଛନ୍ତି। ସେମାନେ ମୋତେ ପରିତ୍ୟାଗ କଲେ ଓ ମୋ’ ବଦଳରେ ଅନ୍ୟ ଦେବତାମାନଙ୍କର ସେବା କଲେ। ସେଥିପାଇଁ ସେମାନେ ତୁମ୍ଭ ସହିତ ଏପରି ବ୍ୟବହାର କରୁଛନ୍ତି। |
|
| 9 |
|
| ତେଣୁ ଲୋକମାନଙ୍କ କଥା ଶୁଣ ଏବଂ ସେମାନଙ୍କ କଥା ଅନୁସାରେ କାର୍ଯ୍ୟ କର। କିନ୍ତୁ ସେମାନଙ୍କୁ ସତର୍କ କରାଇଦିଅ ଯେ, ସେମାନଙ୍କ ପାଇଁ ରାଜା କ’ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।” |
|
| 10 |
|
| ଯେଉଁ ଲୋକମାନେ ରାଜା ଗ୍ଭହୁଁଥିଲେ, ଶାମୁୟେଲ ସେମାନଙ୍କୁ ସଦାପ୍ରଭୁଙ୍କ ବାଣୀ ଶୁଣାଇଲେ। |
|
| 11 |
|
| ଶାମୁୟେଲ କହିଲେ, “ତୁମ୍ଭ ଉପରେ ଯିଏ ରାଜତ୍ୱ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତୁମ୍ଭ ପୁତ୍ରମାନଙ୍କୁ ତା’ର ସେବା କରିବା ପାଇଁ ଓ ସୈନ୍ୟବାହିନୀର ସେବା କରିବା ପାଇଁ ବାଧ୍ୟ କରିବ। ସେମାନେ ଯୁଦ୍ଧରେ ସେନାବାହିନୀର ଯୋଦ୍ଧା ଓ ରଥାରୋହୀ ହେବେ। ତୁମ୍ଭ ପୁତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡ଼ିବେ। |
|
| 12 |
|
| “ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ। “ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ। |
|
| 13 |
|
| “ଆଉ ସେ ତୁମ୍ଭମାନଙ୍କ ଝିଅମାନଙ୍କୁ ନେଇ ସୁବାସିତ ଅତର ତିଆରି କରିବାକୁ କହିବ। ସେ ମଧ୍ୟ ତୁମ୍ଭର ଝିଅମାନଙ୍କୁ ତା’ ପାଇଁ ରୋଷେଇ କାର୍ଯ୍ୟରେ ଓ ସେକିବା କାର୍ଯ୍ୟ କରିବା ପାଇଁ ବାଧ୍ୟ କରିବ। |
|
| 14 |
|
| “ସେ ତୁମ୍ଭଠାରୁ ନେଇଥିବା ଶସ୍ୟକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ମଧ୍ୟରୁ ଉତ୍ତମ କ୍ଷେତ୍ରକୁ ନେଇ ତା’ର ଅଧିକାରୀମାନଙ୍କୁ ବାଣ୍ଟିବେ। |
|
| 15 |
|
| ସେ ତୁମ୍ଭମାନଙ୍କ ବିହନ ଓ ଦ୍ରାକ୍ଷାର ଏକ-ଦଶମାଂଶ ନେଇ ଆପଣାର ଅଧିକାରୀମାନଙ୍କୁ ଓ ଦାସମାନଙ୍କୁ ଦେବ। |
|
| 16 |
|
| “ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନେଇଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ ଓ ଗଧମାନଙ୍କୁ ନେଇଯିବେ ଏବଂ ସେମାନଙ୍କୁ ନିଜ କାର୍ଯ୍ୟରେ ବିନିଯୋଗ କରିବେ। |
|
| 17 |
|
| ସେ ତୁମ୍ଭମାନଙ୍କର ଗୋଠର ଏକ-ଦଶମାଂଶ ନେଇଯିବେ। “ଏବଂ ତୁମ୍ଭେମାନେ ରାଜାଙ୍କର କ୍ରୀତଦାସ ହୋଇ ରହିବ। |
|
| 18 |
|
| ଦିନ ଆସିବ ଯେତେବେଳେ ତୁମ୍ଭେ ବାଛିଥିବା ରାଜାଙ୍କୁ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦେବେ ନାହିଁ।” |
|
| 19 |
|
| କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର। |
|
| 20 |
|
| ତା’ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।” |
|
| 21 |
|
| ଶାମୁୟେଲ ଲୋକମାନଙ୍କ କଥା ଶୁଣିଲେ ଏବଂ ସଦାପ୍ରଭୁଙ୍କୁ ସେ ସବୁ କଥାକୁ ଶୁଣାଇଲେ। |
|
| 22 |
|
| ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।” ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।” |
|
|
|
|