|
|
| ୧. ସଦାପ୍ରଭୁଙ୍କର ମୁକ୍ତିର ବାର୍ତ୍ତା ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି। |
| ୨. କେତେବେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ୱର ଦୁଷ୍ଟାଗ୍ଭରୀଙ୍କ ଉପରେ ପ୍ରତିଶୋଧ ନେବେ ଓ ଶୋକାର୍ତ୍ତମାନଙ୍କୁ ସାନ୍ତ୍ୱନା କରିବେ। ସେ ସବୁ ପ୍ରଗ୍ଭର କରିବାକୁ ପରମେଶ୍ୱର ମୋତେ ପ୍ରେରଣ କରିଛନ୍ତି। |
| ୩. ସିୟୋନର ଶୋକାର୍ତ୍ତ ଲୋକମାନଙ୍କୁ ଯୋଗାଇ ଦେବାକୁ ଓ ଭସ୍ମ ପରିବର୍ତ୍ତେ ଭୂଷଣ, ଦୁଃଖ ପରିବର୍ତ୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ‘ଧର୍ମରୂପ ବୃକ୍ଷ’ ଓ ‘ତାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।’ |
| ୪. “ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ। |
| ୫. “ବିଦେଶୀୟମାନେ ତୁମ୍ଭ ମେଷପଲ ଚରାଇବା ପାଇଁ ଛିଡ଼ା ହେବେ ଓ ସେମାନଙ୍କର ସନ୍ତାନମାନେ ତୁମ୍ଭ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରରେ କାର୍ଯ୍ୟ କରିବେ। |
| ୬. ମାତ୍ର ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଯାଜକ’ ବୋଲି ଖ୍ୟାତ ହେବ। ଲୋକମାନେ ତୁମ୍ଭମାନଙ୍କୁ ‘ଆମ୍ଭମାନଙ୍କର ପରିଗ୍ଭଳକ’ ବୋଲି ଡାକିବେ। ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଗର୍ବିତ ହେବ। |
| ୭. “ଲଜ୍ଜା ପରିବର୍ତ୍ତେ ସେମାନେ ଦୁଇଗୁଣ ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତ୍ତେ ସେମାନେ ନିଜ ନିଜ ଅଧିକାରରେ ଆନନ୍ଦ କରିବେ। ଏଥିପାଇଁ ସେମାନେ ନିଜ ଦେଶରେ ଦୁଇଗୁଣ ଅଂଶ ପାଇବେ ଓ ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ। |
| ୮. କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟ ବିଗ୍ଭରକୁ ଭଲ ପାଉ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ଚୁକ୍ତି କରିବା। |
| ୯. ପୁଣି ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧ୍ୟରେ ବିଖ୍ୟାତ ହେବେ। ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।” |
| ୧୦. ପରମେଶ୍ୱରଙ୍କ ସେବକ ପରିତ୍ରାଣ ଆଣିବେ “ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି, ମୋର ପ୍ରାଣ ମୋର ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ନିଜକୁ ଭୂଷିତ କରେ ଓ କନ୍ୟା ଯେପରି ନିଜକୁ ରତ୍ନରେ ଭୂଷିତା କରେ ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ରରେ ମୋତେ ଆବୃତ କରିଅଛନ୍ତି। |
| ୧୧. କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନରେ ବୁଣା ଯାଇଥିବା ମଞ୍ଜି ଯେପରି ଅଙ୍କୁରିତ ହୋଇ ବଢ଼େ, ସେହିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧ୍ୟରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।” |
|
|
| ୧. ନୂତନ ଯିରୁଶାଲମ-ଏକ ଧର୍ମପୂର୍ଣ୍ଣ ନଗରୀ ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ଯିରୁଶାଲମରେ ପ୍ରକଟ ନ ହୋଇଛି, ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ। ପ୍ରଭାତରେ ଦୀପ୍ତି ଲାଭ କରିବା ପରି ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ। |
| ୨. ସେତେବେଳେ ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ରାଜାମାନେ ତୁମ୍ଭର ମହିମା ଦେଖିବେ; ଆଉ ତୁମ୍ଭେ ସଦାପ୍ରଭୁଙ୍କ ମୁଖରେ ଏକ ନୂତନ ନାମରେ ଖ୍ୟାତ ହେବ। |
| ୩. ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ। |
| ୪. ତୁମ୍ଭର ‘ଦେଶ ପରିତ୍ୟକ୍ତା ବୋଲି’ ନାମିତ ହେବ ନାହିଁ; କିମ୍ବା ତୁମ୍ଭର ଦେଶକୁ କେହି ‘ଅନାଥିନୀ’ ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ ‘ପରମେଶ୍ୱରଙ୍କ କନ୍ୟା’ ରୂପେ ବିବେଚିତ ହେବ ଏବଂ ‘ମୋର ଉଲ୍ଲାସ ତାହାର ମଧ୍ୟ ହୋଇଅଛି’ କାରଣ ସଦାପ୍ରଭୁ ତୁମ୍ଭ ଉପରେ ସନ୍ତୋଷ ଅଛନ୍ତି। |
| ୫. ଜଣେ ଯୁବକ ଯେପରି ଜଣେ କନ୍ୟାକୁ ପ୍ରେମ କରେ, ସେହିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ। ପୁଣି ବର ଯେପରି ତା’ର କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ। |
| ୬. “ହେ ଯିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ କି ଦିନ କି ରାତି ନୀରବ ରହିବେ ନାହିଁ।” ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭେମାନେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ। |
| ୭. ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ। |
| ୮. ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ୱାରା ଶପଥ କରିଛନ୍ତି, “ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭର ଶତ୍ରୁଗଣଙ୍କୁ ଖାଦ୍ୟ ନିମନ୍ତେ ନିଶ୍ଚୟ ଦେବା ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସେହି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ। |
| ୯. ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସେମାନଙ୍କୁ, ସେମାନଙ୍କ ଖାଇ ପାରିବେ ଏବଂ ସେମାନଙ୍କର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ। ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସେମାନେ ମୋ’ ପବିତ୍ର ଅଗଣାରେ ପାନ କରିବେ।” |
| ୧୦. ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ। |
| ୧୧. ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ‘ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି; ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।’” |
| ୧୨. ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,” “ମୁକ୍ତି ହୋଇଥିବା ଲୋକମାନେ।” ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,” ଏବଂ “ଅନ୍ୱେଷଣ” ବୋଲି ଡାକିଲେ। |
|
|
| ୯. ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ। |
| ୧୦. ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ। |
| ୧୧. ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ। |
| ୧୨. ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି। ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ। |
| ୧୩. ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ ଆଶୀର୍ବାଦ କରିବେ। |
|
|
| ୨୪. ଘୃଣାକାରୀ ନିଜ କଥାରେ କପଟ କରେ, କିନ୍ତୁ ସେ ହୃଦୟରେ ପ୍ରବଞ୍ଚନା ରଖେ। |
| ୨୫. ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ। ଯେହେତୁ ତା’ର ହୃଦୟରେ ସାତୋଟା ଘୃଣ୍ୟ ବିଷୟ ଥାଏ। |
| ୨୬. ତାହାର ଘୃଣା କପଟରେ ଆପଣାକୁ ଆବୃତ୍ତ କଲେ ହେଁ, ତା’ର ମନ୍ଦତା ସଭାରେ ପ୍ରକାଶ ପାଏ। |
|
|
| ୧. ସନ୍ତାନ ଓ ପିତାମାତା ହେ ସନ୍ତାନଗଣ! ପ୍ରଭୁଙ୍କ ଇଚ୍ଛାନୁସାରେ ପିତା-ମାତାଙ୍କ କଥାର ବାଧ୍ୟ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍। |
| ୨. କାରଣ ଦଶ ଆଜ୍ଞା ମଧ୍ୟରୁ ଗୋଟିଏ ଆଜ୍ଞା ହେଉଛି, “ତୁମ୍ଭେ ଆପଣା ପିତାମାତାଙ୍କୁ ସମ୍ମାନ କର।’ ଏହି ଆଜ୍ଞାଟି ସହିତ ଏକ ପ୍ରତିଜ୍ଞା ମଧ୍ୟ ସଂଯୁକ୍ତ। |
| ୩. ପ୍ରତିଜ୍ଞାଟି ଏହି: “ଏହା କଲେ ତୁମ୍ଭେ ପୃଥିବୀରେ ଦୀର୍ଘ ଜୀବନ ପାଇବ ଓ ବହୁ ମଙ୍ଗଳ ଦାନ ଲାଭ କରିବ।’ |
| ୪. ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦେଇ ସେମାନଙ୍କୁ ପ୍ରତିପାଳନ କର। |
| ୫. ଦାସ ଓ ମାଲିକ ହେ ଦାସମାନେ! ପୃଥିବୀରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର। |
| ୬. ମାଲିକ ଉପସ୍ଥିତ ଥିଲାବେଳେ ତୁମ୍ଭେ ସେମାନଙ୍କୁ ଖୁସୀ କରିବା ପାଇଁ କେବଳ ଆଜ୍ଞା ପାଳନ କଲେ ହେବ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ଯ୍ୟ ବିଶ୍ୱସ୍ତ ଭାବରେ ସବୁ ସମୟରେ କରିବାକୁ ହେବ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ୟ ହୋଇଛ, ଠିକ୍ ସେହିପରି ନିଜ ମାଲିକମାନଙ୍କର ମଧ୍ୟ ବାଧ୍ୟ ହେବ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ୱର ଗ୍ଭହାନ୍ତି, ତୁମ୍ଭେ ତାହା କରିବ। |
| ୭. ତୁମ୍ଭର ସମସ୍ତ କର୍ତ୍ତବ୍ୟକୁ ଖୁସୀ ମନରେ କର ଓ ଏପରି ଭାବରେ କାର୍ଯ୍ୟ କର ଯେପରି ତୁମ୍ଭେମାନେ କେବଳ ମଣିଷମାନଙ୍କର ନୁହେଁ ବରଂ ପ୍ରଭୁଙ୍କ ସେବା ମଧ୍ୟ କରୁଛ। |
| ୮. ମନେରଖ, ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମସ୍ତ ଉତ୍ତମ କାର୍ଯ୍ୟ କରିଥିବା ହେତୁ ପରମେଶ୍ୱର ପୁରସ୍କାର ଦେବେ। ଦାସ ହେଉ କି ସ୍ୱାଧୀନ ହେଉ, ପ୍ରତ୍ୟେକ ବ୍ୟକ୍ତି ନିଜର ଉତ୍ତମ କାର୍ଯ୍ୟ ନିମନ୍ତେ ପୁରସ୍କୃତ ହେବ। |
| ୯. ହେ ମାଲିକଗଣ! ଠିକ୍ ସେହିଭଳି ତୁମ୍ଭର ଦାସମାନଙ୍କୁ ଉତ୍ତମ ବ୍ୟବହାର କର। ତାହାଙ୍କୁ ଧମକ ଦେଇ ଭୟଭୀତ କଲା ଭଳି କଥା କୁହ ନାହିଁ। ତୁମ୍ଭେ ଜାଣ ଯେ, ତୁମ୍ଭର ଓ ତାହାଙ୍କର ସେହି ସମାନ ମାଳିକ ଯେ କି ସ୍ୱର୍ଗରେ ଅଛନ୍ତି। ସେହି ମାଲିକ (ପରମେଶ୍ୱର) କୌଣସି ପକ୍ଷପାତ ବିଗ୍ଭର କରନ୍ତି ନାହିଁ। |
| ୧୦. ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। |
| ୧୧. ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। |
| ୧୨. ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। |
| ୧୩. ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ। |
| ୧୪. ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ। |
| ୧୫. ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ। |
| ୧୬. ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ। |
| ୧୭. ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖଡ଼୍ଗ ଗ୍ରହଣ କର, ସେହି ଖଡ଼୍ଗ ହେଉଛି ପରମେଶ୍ୱରଙ୍କ ଉପଦେଶ। |
| ୧୮. ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର। |
| ୧୯. ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ। |
| ୨୦. ମୋର କାମ ହେଉଛି, ସୁସମାଗ୍ଭର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘରେ ମଧ୍ୟ କରୁଅଛି। ମୋ’ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତେବେଳେ ସୁସମାଗ୍ଭର ପ୍ରଗ୍ଭର କରେ, ସେତେବେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପାରେ। |
| ୨୧. ଶେଷ ଶୁଭେଚ୍ଛା ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମରେ ଜଣେ ବିଶ୍ୱସ୍ତ ସେବକ। ମୋ’ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା’ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ’ଣ କରୁଛି। |
| ୨୨. ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ପଠାଉଛି। |
| ୨୩. ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ୱରଙ୍କ ଦ୍ୱାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରାପ୍ତ ହେଉ। |
| ୨୪. ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଶେଷ ପ୍ରେମ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ହେଉ। |
|
|
| Odia Bible ERV 2004 |
| Odia Holy Bible: Easy-to-Read Version (OERV) @ 2004 Bible League International |