ଗୋଟିଏ ବର୍ଷରେ ବାଇବଲ | ଅକ୍ଟୋବର ୧୦ଯିରିମୀୟ ୫:୧-୩୧୧. ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା⇧ ।୨. ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି ।୩. ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ଵୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ଵୀକାର କରିଅଛନ୍ତି⇧ ।୪. ତହିଁରେ ମୁଁ କହିଲି, ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣା-ମାନଙ୍କ ପରମେଶ୍ଵରଙ୍କର ଶାସନ ଜାଣନ୍ତି ନାହିଁ;୫. ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ଶାସନ ଜାଣନ୍ତି । ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ତାଇ ପକାଇ ଅଛନ୍ତି ।୬. ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି ।୭. ଆମ୍ଭେ କିରୂପେ ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ଵର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ ।୮. ସେମାନେ ପ୍ରଭାତରେ ସୁପୋଷିତ ଅଶ୍ଵ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ ।୯. ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?୧୦. ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ ।୧୧. ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି ।୧୨. ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;୧୩. ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପ କରାଯିବ ।୧୪. ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ ।୧୫. ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକି ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେ ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ ।୧୬. ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ ।୧୭. ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା-ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ଵାସ କରିଅଛ, ସେସବୁକୁ ସେମାନେ ଖଡ଼୍ଗରେ ନିପାତ କରିବେ ।୧୮. ମାତ୍ର ସଦାପ୍ରଭୁ କହନ୍ତି, ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ ।୧୯. ଆଉ, ତୁମ୍ଭେମାନେ ଯେତେବେଳେ କହିବ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର କିହେତୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି, ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ ।୨୦. ତୁମ୍ଭେମାନେ ଯାକୁବ-ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,୨୧. ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;୨୨. ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ଵନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ ।୨୩. ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି ।୨୪. ଅଥବା ଯେ ଯଥାସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣା-ମାନଙ୍କର ପରମେଶ୍ଵରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ ।୨୫. ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି ।୨୬. କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି ।୨୭. ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବ; ହୋଇଅଛନ୍ତି ।୨୮. ସେମାନେ ଆହୁରି ଆହୁରି ମୋଟ ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନ-ମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ ।୨୯. ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?୩୦. ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;୩୧. ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?ଯିରିମୀୟ ୬:୧-୩୦୧. ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି ।୨. ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା ।୩. ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ ।୪. ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି ।୫. ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ ।୬. କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ ।୭. ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ ।୮. ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା ।୯. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ ।୧୦. ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ ।୧୧. ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ ।୧୨. ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା ।୧୩. ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି ।୧୪. ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି ।୧୫. ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ ।୧୬. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ ।୧୭. ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ ।୧୮. ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ ।୧୯. ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ⇧ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି ।୨୦. ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ ।୨୧. ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ଵାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ ।୨୨. ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ ।୨୩. ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି ।୨୪. ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି ।୨୫. ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍ଗ ଓ ଆଶଙ୍କା ଅଛି ।୨୬. ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର⇧; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ ।୨୭. ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ ।୨୮. ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି⇧; ସେସମସ୍ତେ ଭ୍ରଷ୍ଟାଚାରୀ ।୨୯. ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି ।୩୦. ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ ।ଗୀତସଂହିତା ୧୧୭:୧-୨୧. ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର ।୨. କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।ହିତୋପଦେଶ ୨୭:୩-୪୩. ପଥର ଭାରୀ ଓ ବାଲି ଗୁରୁ; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ ।୪. କୋପ ଦୁର; ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ଵାଳା ଆଗରେ କିଏ ଠିଆ ହୋଇ ପାରେ?କଲସୀୟ ୧:୧-୨୯୧. ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା୨. ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ଲେଖୁଅଛନ୍ତି; ଆମ୍ଭମାନଙ୍କ ପିତା ଈଶ୍ଵରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।୩. ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ଵାସ ଏବଂ ସ୍ଵର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି୪. ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;୫. ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ଵାରା ପୂର୍ବେ ଶୁଣିଅଛ ।୬. ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ଵରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି ।୭. ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ଵସ୍ତ ସେବକ;୮. ସେ ମଧ୍ୟ ଆତ୍ମାଙ୍କ ଦତ୍ତ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇଅଛନ୍ତି ।୯. ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷା; ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ଵରଙ୍କ ଅଭିମତ ଜ୍ଞାତ ହୋଇ୧୦. ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ଵରଙ୍କ ତତ୍ତ୍ଵଜ୍ଞାନରେ ବଢ଼ି, ସମସ୍ତ ସତ୍କର୍ମର ଫଳରେ ଫଳବାନ ହୁଅ୧୧. ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,୧୨. ପୁଣି ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ ।୧୩. ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;୧୪. ତାହାଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପକ୍ଷମା ପାଇଅଛୁ ।୧୫. ସେ ଅଦୃଶ୍ୟ ଈଶ୍ଵରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,୧୬. କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ଵର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ଵାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ଵ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;୧୭. ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ଵ ଅଛି ।୧୮. ଆଉ, ସେ ମଣ୍ତଳୀରୂପ ଶରୀରର ମସ୍ତକ ସ୍ଵରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।୧୯. କାରଣ ଈଶ୍ଵରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କ-ଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,୨୦. ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ଵାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ଵାରା ପୃଥିବୀ ବା ସ୍ଵର୍ଗରେ ସ୍ଥିତ ସମୟ ବିଷୟର ମିଳନ କରନ୍ତି ।୨୧. ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ଵରଙ୍କଠାରୁ ପୃଥକ୍ ଓ ମନରେ ତାହାଙ୍କର ଶତ୍ରୁ ଥିଲ,୨୨. କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ଵାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;୨୩. ତୁମ୍ଭେମାନେ ଯେବେ ବିଶ୍ଵାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ତଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।୨୪. ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ତଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;୨୫. ଈଶ୍ଵର ମୋତେ ଯେଉଁ ଭଣ୍ତାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ତଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ଵରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ ।୨୬. ସେହି ନିଗୂଢ଼ ତତ୍ତ୍ଵ ପୂର୍ବଯୁଗ ଓ ପୂର୍ବପୁରୁଷ-ମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି ।୨୭. ବିଜାତିମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ଵର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ଵର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ; ସେହି ନିଗୂଢ଼ ତତ୍ତ୍ଵ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ଵରୂପ;୨୮. ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;୨୯. ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି । Odia Bible (OROV) 2014 Copyright © 2014 by The Bible Society of India