|
|
| ୧. ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକ- ମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର-ମୁକ୍ତ ହେବାର⇧ କଥା ପ୍ରଚାର କରିବାକୁ; |
| ୨. ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ଵନା କରିବାକୁ; |
| ୩. ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ⇧ ବୋଲି ବିଖ୍ୟାତ ହେବେ । |
| ୪. ପୁଣି, ସେମାନେ ପୁରାତନ ଧ୍ଵଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ଵଂସିତ ଓ ଅନେକ ପୁରୁଷ-ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ । |
| ୫. ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ । |
| ୬. ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ଵର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ । |
| ୭. ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ । |
| ୮. କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା⇧ । |
| ୯. ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ଵୀକାର କରିବେ । |
| ୧୦. ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ଵରଙ୍କଠାରେ ଉଲ୍ଲସିତ ହେବନ୍ତ କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରନିରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ଵିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି⇧। |
| ୧୧. କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟ-ମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ । |
|
|
| ୧. ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ଵଳ; ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ । |
| ୨. ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ଵାରା ଏକ ନୂତନ ନାମରେ ଖ୍ୟାତ ହେବ⇧ । |
| ୩. ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ଵରୂପ ଓ ତୁମ୍ଭ ପରମେଶ୍ଵରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ଵରୂପ ହେବ । |
| ୪. ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ । |
| ୫. ଯୁବାଲୋକ ଯେପରି କୁମାରୀକି ବିବାହ କରେ, ସେପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାରେ ଆନନ୍ଦ କରେ, ସେପରି ତୁମ୍ଭର ପରମେଶ୍ଵର ତୁମ୍ଭଠାରେ ଆନନ୍ଦ କରିବେ । |
| ୬. ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ । |
| ୭. ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ । |
| ୮. ସଦାପ୍ରଭୁ ଆପଣାର ଦକ୍ଷିଣ ହସ୍ତ ଓ ବଳବାନ ବାହୁ ଦ୍ଵାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ । |
| ୯. ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ । |
| ୧୦. ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ଵାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ଵଜା ଉଠାଅ । |
| ୧୧. ଦେଖ, ସଦାପ୍ରଭୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି । |
| ୧୨. ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ; ଆଉ, ତୁମ୍ଭେ ଅନ୍ଵେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ । |
|
|
| ୯. ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । |
| ୧୦. ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । |
| ୧୧. ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । |
| ୧୨. ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ । |
| ୧୩. ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ । |
|
|
| ୨୪. ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ । |
| ୨୫. ସେ ମିଷ୍ଟସ୍ଵରରେ କହିଲେ, ତାହାକୁ ବିଶ୍ଵାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ । |
| ୨୬. ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ । |
|
|
| ୧. ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; |
| ୨. କାରଣ ତାହା ଯଥାର୍ଥ । “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଦ୍ଵି.ବି. ୫:୧୬ |
| ୩. “ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ ।” |
| ୪. ପୁଣି ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ଵାରା ପ୍ରତିପାଳନ କର । |
| ୫. ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ⇧, |
| ୬. ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ଵରଙ୍କ ଇଚ୍ଛା ସାଧନ କର । |
| ୭. ସ୍ଵାଧୀନ କି ପରାଧୀନ, ଯେକେହି କୌଣସି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ, |
| ୮. ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ଵଚ୍ଛନ୍ଦରେ ସେବା କର । |
| ୯. ଆଉ ହେ କର୍ତ୍ତାମାନେ, ସେହିପରିଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜ୍ଜନଗର୍ଜ୍ଜନ କରିବାରୁ ନିବୃତ୍ତ ହୁଅ, ସେମାନଙ୍କ ଓ ତୁମ୍ଭମାନଙ୍କ, ଉଭୟଙ୍କର ପ୍ରଭୁ ଯେ ସ୍ଵର୍ଗରେ ଅଛନ୍ତି, ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ । |
| ୧୦. ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ । |
| ୧୧. ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ତାୟମାନ ହୋଇ ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର । |
| ୧୨. କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; |
| ୧୩. ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହି ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର । |
| ୧୪. ଅତଏବ, ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତାରୂପ ଉରସ୍ତ୍ରାଣ ପରିଧାନ କର, |
| ୧୫. ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜତାରୂପ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ; |
| ୧୬. ସେଥି ସଙ୍ଗେ ସଙ୍ଗେ, ଯଦ୍ଦ୍ଵାରା ପାପାତ୍ମାର ଅଗ୍ନିବାଣସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ଵାସରୂପ ଢାଲ ଧର । |
| ୧୭. ପୁଣି, ପରିତ୍ରାଣରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ଼୍ଗ, ଅର୍ଥାତ୍ ଈଶ୍ଵରଙ୍କ ବାକ୍ୟ ଧାରଣ କର; |
| ୧୮. ସର୍ବପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି ସମସ୍ତ ସାଧୁଙ୍କ ନିମନ୍ତେ ଏକା; ଉଦ୍ୟମ ଓ ନିବେଦନ କରିବାରେ ଜାଗି ରହି ପ୍ରାର୍ଥନା କର । |
| ୧୯. ଆଉ, ମୋʼ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଶୃଙ୍ଖଳାବଦ୍ଧ ରାଜଦୂତ ସ୍ଵରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ଵ ସାହସପୂର୍ବକ ଜଣାଇବାକୁ ପ୍ରଚାର କରିବା ସମୟରେ ବାକ୍ୟ ଦିଆଯିବ, |
| ୨୦. ପୁଣି, ମୁଁ ଯେପରି ତତ୍ସମ୍ଵନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି । |
| ୨୧. ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ମଧ୍ୟ ଯେପରି ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ; |
| ୨୨. ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୁଏ । |
| ୨୩. ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ଵାସ ସହିତ ପ୍ରେମ ବର୍ତ୍ତୁ । |
| ୨୪. ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେସମସ୍ତଙ୍କ ସହବର୍ତ୍ତୀ ହେଉ । |
|
|
| Odia Bible (OROV) 2014 |
| ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. worldwide |