|
|
| ୧. ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
| ୨. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ଆଡ଼େ ଆପଣା ମୁଖ ରଖ, ପବିତ୍ର ସ୍ଥାନସମୂହର ଆଡ଼େ ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, |
| ୩. ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା । |
| ୪. ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା, ଏଥିପାଇଁ ଆମ୍ଭର ଖଡ଼୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ; |
| ୫. ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ଼୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ । |
| ୬. ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ଵାସ ଛାଡ଼; ତୁମ୍ଭେ ଆପଣା କଟୀ ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ଵାସ ଛାଡ଼ିବ । |
| ୭. ଆଉ, ତୁମ୍ଭେ କିହେତୁ ଦୀର୍ଘ ନିଃଶ୍ଵାସ ଛାଡ଼ୁଅଛ? ଏ କଥା ଯେବେ ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ଵାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳା; ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |
| ୮. ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
| ୯. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ଼୍ଗ, ଖଡ଼୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜ୍ଜିତ ହୋଇଅଛି; |
| ୧୦. ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ତ ଯାବତୀୟ କାଷ୍ଠକୁ ତୁଚ୍ଛ କରେ । |
| ୧୧. ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ଼୍ଗ ଶାଣିତ ଓ ମାର୍ଜିତ ହୋଇଅଛି । |
| ୧୨. ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ଼୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର । |
| ୧୩. କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି ସେହି ତୁଚ୍ଛକାରୀ ରାଜଦଣ୍ତ ଯେବେ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |
| ୧୪. ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ଼୍ଗ, ଆହତ ଲୋକମାନଙ୍କର ଖଡ଼୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ଼୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ । |
| ୧୫. ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ବିସ୍ତର ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ଵାର ବିରୁଦ୍ଧରେ ଖଡ଼୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି । |
| ୧୬. ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ଆଡ଼େ ଯାଅ; ଯେକୌଣସି ଆଡ଼େ ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର) । |
| ୧୭. ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ । |
| ୧୮. ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
| ୧୯. ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ଼୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ତରେ ଚିହ୍ନିତ କର । |
| ୨୦. ଅମ୍ମୋନ ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ଼୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର । |
| ୨୧. କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ତରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ୍ ନିରୀକ୍ଷଣ କଲା । |
| ୨୨. ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେସ୍ଥାନରେ ପ୍ରାଚୀରଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ଵରରେ ସିଂହନାଦ କରିବାକୁ, ନଗରର ଦ୍ଵାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା । |
| ୨୩. ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରରୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ । |
| ୨୪. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞାଲଘଂନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣକୁ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ । |
| ୨୫. ପୁଣି, ହେ ଆହତ ଦୁଷ୍ଟଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି; |
| ୨୬. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର । |
| ୨୭. ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା । |
| ୨୮. ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁଇ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ, |
| ୨୯. ଖଡ଼୍ଗ, ଖଡ଼୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି । |
| ୩୦. ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ । ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା । |
| ୩୧. ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା । |
| ୩୨. ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ଵରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ (ପତିତ) ହେବ; ତୁମ୍ଭେ ଆଉ ସ୍ମୃତି ପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ । |
|
|
| ୧. ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, |
| ୨. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ । |
| ୩. ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ । |
| ୪. ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ଵାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ଵାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ । |
| ୫. ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ । |
| ୬. ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି । |
| ୭. ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି । |
| ୮. ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ । |
| ୯. ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟା-ଚରଣ କରିଅଛନ୍ତି । |
| ୧୦. ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକି ବଳାତ୍କାର କରିଅଛନ୍ତି । |
| ୧୧. ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକି, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି । |
| ୧୨. ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀ-ଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |
| ୧୩. ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ । |
| ୧୪. ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବଣ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା । |
| ୧୫. ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା । |
| ୧୬. ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ହେତୁରୁ ଅପବିତ୍ର ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ । |
| ୧୭. ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
| ୧୮. ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ଆମ୍ଭ ନିକଟରେ ଖାଦ ସ୍ଵରୂପ ହୋଇଅଛନ୍ତି; ସେସମସ୍ତେ ଉହ୍ଳାଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ଵରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ଵରୂପ, |
| ୧୯. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ଵରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା । |
| ୨୦. ଯେପରି ଲୋକମାନେ ଉହ୍ଳାଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା । |
| ୨୧. ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ । |
| ୨୨. ଯେପରି ରୂପା ଉହ୍ଳାଇ ମଧ୍ୟରେ ତରଳା ଯାଏ, ସେପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ । |
| ୨୩. ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
| ୨୪. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ । |
| ୨୫. ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରା; କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି । |
| ୨୬. ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ । |
| ୨୭. ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି । |
| ୨୮. ପୁଣି, ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି । |
| ୨୯. ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି । |
| ୩୦. ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ । |
| ୩୧. ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |
|
|
| ୧. ଆରୋହଣ-ଗୀତ । ସଦାପ୍ରଭୁ ସିୟୋନର ଦାସତ୍ଵାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ଵପ୍ନଦର୍ଶକ-ମାନଙ୍କ ପରି ଥିଲୁ । |
| ୨. ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ଵା ଗାୟନରେ ପରିପୂର୍ଣ୍ଣ ହେଲା; |
| ୩. ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ । |
| ୪. ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର । |
| ୫. ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ । |
| ୬. ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ । |
|
|
| ୨୩. ଜିହ୍ଵାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ । |
|
|
| ୧୯. ଅତଏବ, ହେ ଭାଇମାନେ, ଯୀଶୁବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ଵାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, |
| ୨୦. ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ଵାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ |
| ୨୧. ପୁଣି, ଈଶ୍ଵରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାନ ଯାଜକ ଥିବାରୁ |
| ୨୨. ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ; |
| ୨୩. ଆମ୍ଭେମାନେ ଯେଉଁ ଭରସା ସ୍ଵୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ଵସ୍ତନ୍ତ |
| ୨୪. ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, |
| ୨୫. ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ତଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ । |
| ୨୬. କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ଵେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ, |
| ୨୭. ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ । |
| ୨୮. କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ଵା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ; |
| ୨୯. ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ! |
| ୩୦. କାରଣ ‘ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,ʼ ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, ‘ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେʼ । |
| ୩୧. ଜୀବିତ ଈଶ୍ଵରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ । |
| ୩୨. କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେ-ବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ,ସେହି ପୂର୍ବ ସମୟକୁ ସ୍ମରଣରେ ଆଣ; |
| ୩୩. ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ଵାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହିପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ । |
| ୩୪. କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ । |
| ୩୫. ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି । |
| ୩୬. ଯେଣୁ ତୁମ୍ଭେମାନେ ଯେପରି ଈଶ୍ଵରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇ ପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ । |
| ୩୭. କାରଣ ଆଉ ଅତ୍ୟଳ୍ପ ସମୟମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ଵ କରିବେ ନାହିଁ । |
| ୩୮. ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ଵାସ ଦ୍ଵାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ । |
| ୩୯. ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ଵାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ । |
|
|
| Odia Bible (OROV) 2014 |
| ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. worldwide |