|
|
| ୧. ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ । |
| ୨. ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ । |
| ୩. ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ । |
| ୪. ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ଵାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ । |
| ୫. ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା । |
| ୬. ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ଼୍ଗ ପଡ଼ିବ, ତାହାର ଅର୍ଗଳ-ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ । |
| ୭. ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ଵସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ହେଁ କେହି ତାହାଙ୍କର ପ୍ରଶଂସା କରେ ନାହିଁ । |
| ୮. ହେ ଇଫ୍ରୟିମ, ଆମ୍ଭେ କିରୂପେ ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିରୂପେ ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିରୂପେ ତୁମ୍ଭକୁ ଅଦ୍ମାର ତୁଲ୍ୟ କରିବା? ଆମ୍ଭେ କିରୂପେ ତୁମ୍ଭକୁ ସବୋୟିମର ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ଵଳିତ ହେଉଅଛି । |
| ୯. ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ଵର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ଵରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ । |
| ୧୦. ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ସେ ସିଂହ ତୁଲ୍ୟ ଗର୍ଜନ କରିବେ, ଆଉ ସେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ । |
| ୧୧. ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |
|
|
| ୧. ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ବହାଯାଏ । |
| ୨. ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ତ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ । |
| ୩. ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ଵରଙ୍କ ସହିତ ଯୁଦ୍ଧ କଲା; |
| ୪. ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ; |
| ୫. ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ । |
| ୬. ଏନିମନ୍ତେ ତୁମ୍ଭେ ଆପଣା ପରମେଶ୍ଵରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ଵରଙ୍କ ଅପେକ୍ଷାରେ ଥାଅ । |
| ୭. ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ । |
| ୮. ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ । |
| ୯. ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ଵୁରେ ବାସ କରାଇବା । |
| ୧୦. ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଦୃଷ୍ଟାନ୍ତ-କଥା ବ୍ୟବହାର କରିଅଛୁ । |
| ୧୧. ଗିଲୀୟଦ୍ କି ଅଧର୍ମମୟ? ସେମାନେ ସର୍ବତୋ-ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି । |
| ୧୨. ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା । |
| ୧୩. ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ଵାରା ସେ ରକ୍ଷିତ ହେଲା । |
| ୧୪. ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ । |
|
|
| ୧୭. ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ! |
| ୧୮. ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ । |
| ୧୯. ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ । |
| ୨୦. କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି । |
| ୨୧. ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? |
| ୨୨. ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ । |
| ୨୩. ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ; |
| ୨୪. ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ । |
|
|
| ୨୨. କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି ରାଗାନ୍ଧ ଲୋକ ବହୁତ ଅଧର୍ମ କରେ । |
|
|
| ୧. ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭ୍ରାତା, ଯେଉଁମାନେ ଆହୂତ ଓ ପିତା ଈଶ୍ଵରଙ୍କ ପ୍ରିୟପାତ୍ର, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ।, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । |
| ୨. ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ହେଉ । |
| ୩. ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି । |
| ୪. କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ । |
| ୫. ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ଅବିଶ୍ଵାସ କଲେ, ପରେ ସେମାନଙ୍କୁ ବିନାଶ କଲେ । |
| ୬. ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି । |
| ୭. ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି । |
| ୮. ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି । |
| ୯. କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ହୋଇ ନ ଥିଲେ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ । |
| ୧୦. ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହିସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ଵାଭାବିକ ଭାବେ ବୁଝନ୍ତି, ସେସବୁ ଦ୍ଵାରା ବିନଷ୍ଟ ହୁଅନ୍ତି । |
| ୧୧. ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି । |
| ୧୨. ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ; |
| ୧୩. ସେମାନେ ଆପଣା ଆପଣା ଲଜ୍ଜା ସ୍ଵରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ କେତୁ ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଚିରକାଳ ରଖାଯାଇଅଛିା । |
| ୧୪. ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ, |
| ୧୫. ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି ଅଧାର୍ମିକ ଲୋକସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ତ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି । |
| ୧୬. ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି । |
| ୧୭. କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର; |
| ୧୮. ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ । |
| ୧୯. ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ଵରଙ୍କ ଆତ୍ମାବିହୀନ । |
| ୨୦. କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା-ମାନଙ୍କ ଅତି ପବିତ୍ର ବିଶ୍ଵାସ ଉପରେ ଆପଣାମାନଙ୍କର ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, |
| ୨୧. ପୁଣି, ଅନ; ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ଵରଙ୍କ ପ୍ରେମରେ ଆପଣା-ମାନଙ୍କୁ ସ୍ଥିର କରି ରଖ । |
| ୨୨. ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର । |
| ୨୩. ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର । |
| ୨୪. ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ, |
| ୨୫. ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍ । |
|
|
| Odia Bible (OROV) 2014 |
| ODIA-OV (Re-edited) - ପବିତ୍ର ବାଇବଲ (Re-edited) 2014 by The Bible Society of India Used by permission. worldwide |