ଗୋଟିଏ ବର୍ଷରେ ବାଇବଲ | ଜୁଲାଇ ୧୩ଦ୍ଵିତୀୟ ବଂଶାବଳୀ ୨୧:୧-୨୦୧. ଅନନ୍ତର ଯିହୋଶାଫଟ୍ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ ।୨. ଯିହୋଶାଫଟ୍ଙ୍କ ଔରସଜାତ ଅସରୀୟ ଓ ଯିହୀୟେଲ ଓ ଜିଖରୀୟ ଓ ଅସରୀୟାହ ଓ ମୀଖାୟେଲ ଓ ଶଫ୍ଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଥିଲେ ।୩. ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ ।୪. ଏହି ଯିହୋରାମ୍ ଆପଣା ପିତାଙ୍କର ରାଜ୍ୟରେ ଆରୂଢ଼ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କି ଖଡ଼୍ଗରେ ବଧ କଲେ ।୫. ଯିହୋରାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ।୬. ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।୭. ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ ।୮. ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ ।୯. ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ ।୧୦. ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ ।୧୧. ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ ।୧୨. ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍-ବକ୍ତାଙ୍କଠାରୁ ଏକ ଲେଖା ଆସିଲା, ଯଥା, ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;୧୩. ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛଗ;୧୪. ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପନିୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକି ମହାଘାତରେ ସଂହାର କରିବେ ।୧୫. ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ ।୧୬. ଏଥି ଉତ୍ତାରେ ସଦାପ୍ରଭୁ ଯିହୋରାମ୍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ ।୧୭. ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବଶେ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପନିୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍ ଛଡ଼ା ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ ।୧୮. ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ ।୧୯. ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ । ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ ।୨୦. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ଦେଲେ ନାହିଁ ।ଦ୍ଵିତୀୟ ବଂଶାବଳୀ ୨୨:୧-୧୨୧. ଅନନ୍ତର ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକି ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ । ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ ।୨. ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବୟାଳିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅଥଲୀୟା, ସେ ଅମ୍ରିର କନ୍ୟା ଥିଲେ ।୩. ଅହସୀୟ ଆହାବ-ବଂଶର ପଥରେ ଗମନ କଲେ; କାରଣ ଦୁଷ୍କର୍ମ କରିବା ପାଇଁ ତାଙ୍କର ମାତା ତାଙ୍କର ମନ୍ତ୍ରଣାଦାୟିନୀ ଥିଲେ ।୪. ତହିଁରେ ସେ ଆହାବ-ବଂଶ ଅନୁଯାୟୀ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ତାଙ୍କର ପିତାଙ୍କ ମୃତ୍ୟୁ ଉତ୍ତାରେ ସେମାନେ ତାଙ୍କ ବିନାଶାର୍ଥେ ତାଙ୍କର ମନ୍ତ୍ରଣାଦାୟୀ ଥିଲେ ।୫. ମଧ୍ୟ ସେ ସେମାନଙ୍କ ମନ୍ତ୍ରଣାନୁସାରେ ଚାଲିଲେ, ପୁଣି ସେ ଇସ୍ରାଏଲର ରାଜା ଆହାବଙ୍କର ପୁତ୍ର ଯିହୋରାମ୍ଙ୍କ ସଙ୍ଗେ ରାମୋତ୍-ଗିଲୀୟଦରେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ ।୬. ଏଣୁ ସେ ଅରାମର ରାଜା ହସାୟେଲ ପ୍ରତିକୂଳରେ ଯୁଦ୍ଧ କରିବା ବେଳେ ରାମାରେ ଯେଉଁ ଆଘାତ ପାଇଥିଲେ, ତହିଁରୁ ଆରୋଗ୍ୟ ପାଇବା ନିମନ୍ତେ ଯିଷ୍ରିୟେଲକୁ ଫେରି ଗଲେ । ପୁଣି, ଆହାବଙ୍କର ପୁତ୍ର ଯିହୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅସରୀୟ ଯିଷ୍ରିୟେଲରେ ତାଙ୍କୁ ଦେଖିବାକୁ ଗଲେ ।୭. ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ଵରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ ।୮. ତହିଁରେ ଯେହୂ ଆହାବ-ବଂଶ ଉପରେ ଦଣ୍ତାଜ୍ଞା ସଫଳ କରିବା ବେଳେ ସେ ଯିହୁଦାର ଅଧିପତିମାନଙ୍କୁ ଓ ଅହସୀୟଙ୍କର ପରିଚର୍ଯ୍ୟାକାରୀ ଅହସୀୟଙ୍କର ଭ୍ରାତୃପୁତ୍ରଗଣକୁ ପାଇ ବଧ କଲେ ।୯. ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ଵେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ କତିକି ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, ଯେଉଁ ଯିହୋଶାଫଟ୍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ, ଏ ତାଙ୍କର ସନ୍ତାନ । ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ ।୧୦. ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ ।୧୧. ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍ ଅହସୀୟଙ୍କର ପୁତ୍ର ଯୋୟାଶ୍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକି ଶୟନାଗାରରେ ରଖିଲା । ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ ।୧୨. ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ ।ଗୀତସଂହିତା ୮୩:୧-୮୧. ଗୀତ, ଆସଫର ଗୀତ । ହେ ପରମେଶ୍ଵର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ଵର, ନୀରବ ଓ ନିରସ୍ତ ହୁଅ ନାହିଁ ।୨. କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ତଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି ।୩. ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି ।୪. ସେମାନେ କହିଅଛନ୍ତି, ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ ।୫. କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;୬. ଇଦୋମର ତମ୍ଵୁ-ନିବାସୀମାନେ ଓ ଇଶ୍ମାଏଲୀୟ-ମାନେ, ମୋୟାବ ଓ ହାଗରୀୟମାନେ,୭. ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି ।୮. ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟ-ସନ୍ତାନଗଣର ସାହାଯ୍ୟ କରିଅଛନ୍ତି । [ସେଲାହିତୋପଦେଶ ୨୧:୧-୧୧. ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି ।ପ୍ରେରିତ ୧୭:୧୬-୩୪୧୬. ଆଥୀନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।୧୭. ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀ-ମତାବଲମ୍ଵୀ ବିଜାତୀୟମାନଙ୍କ ସହିତ, ଆଉ ବଜାର-ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ ।୧୮. ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।୧୯. ପରେ ସେମାନେ ତାଙ୍କୁ ଆରୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କʼଣ ବୋଲି ଆମ୍ଭେମାନେ ଜାଣି ପାରିବା କି?୨୦. କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ, ଏହିସମସ୍ତ କଥାର ଅର୍ଥ କʼଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ ।୨୧. ଆଥୀନୀୟ ଲୋକସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳ କ୍ଷେପଣ କରୁ ନ ଥିଲେ ।୨୨. ଏଥିରେ ପାଉଲ ଆରୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥୀନୀୟ ଲୋକମାନେ, ଆପଣମାନେ ଯେସମସ୍ତ ବିଷୟରେ ବଡ଼ ଦେବଭକ୍ତ, ଏହା ମୁଁ ଦେଖୁଅଛି ।୨୩. କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜ୍ୟ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।ʼ ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।୨୪. ଯେଉଁ ଈଶ୍ଵର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ଵର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,୨୫. କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ଵାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ଵୟଂ ସମସ୍ତଙ୍କୁ ଜୀବନ, ନିଶ୍ଵାସ ଓ ସମସ୍ତ ପଦାର୍ଥ ଦାନ କରନ୍ତି ।୨୬. ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,୨୭. ସେମାନେ ଯେପରି ଈଶ୍ଵରଙ୍କର ଅନ୍ଵେଷଣ କରି କାଳେ ଦରାଣ୍ତି ଦରାଣ୍ତି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି ।୨୮. କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।”୨୯. ତେବେ, ଆମ୍ଭେମାନେ ଈଶ୍ଵରଙ୍କର ବଂଶ ହେବାରୁ ଈଶ୍ଵରଙ୍କ ସ୍ଵରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ଵର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ଜ୍ଞାନ କରିବା ଆମ୍ଭମାନଙ୍କର ଉଚିତ ନୁହେଁ ।୩୦. ଈଶ୍ଵର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;୩୧. କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।୩୨. ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।୩୩. ଏହିପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ ।୩୪. କିନ୍ତୁ କୌଣସି କୌଣସି ଲୋକ ତାଙ୍କ ସପକ୍ଷ ହୋଇ ବିଶ୍ଵାସ କଲେ; ସେମାନଙ୍କ ମଧ୍ୟରେ ଆରୟ-ପାଗୀୟ ଦୀୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ଓ ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ । Odia Bible (OROV) 2014 ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. worldwide