ଗୋଟିଏ ବର୍ଷରେ ବାଇବଲ | ଅଗଷ୍ଟ ୬ଆୟୁବ ୩:୧-୨୬୧. ଏଥି ଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଶାପ ଦେଲା ।୨. ପୁଣି, ଆୟୁବ ଉତ୍ତର କରି କହିଲା;୩. ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ରସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;୪. ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ ।୫. ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ ।୬. ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ ।୭. ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ଵର ପ୍ରବେଶ ନ କରୁ ।୮. ଯେଉଁମାନେ ଦିବସକୁ ଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଶାପ ଦେଉନ୍ତୁ ।୯. ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;୧୦. କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ ।୧୧. ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବାମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?୧୨. ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା?୧୩. ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;୧୪. ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;୧୫. ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ଵର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;୧୬. ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି ।୧୭. ସେସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେ ସ୍ଥାନରେ ପରିଶ୍ରା; ବିଶ୍ରାମପ୍ରାପ୍ତ ।୧୮. ସେସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ ।୧୯. ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ ।୨୦. ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;୨୧. ସେମାନେ ମରଣ ଆକାଂକ୍ଷା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;୨୨. ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?୨୩. ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ଵର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କିହେତୁ ଦୀପ୍ତି ଦିଆଯାଏ?୨୪. କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ ।୨୫. ଯେଣୁ ମୁଁ ଯାହା ଭୟ କରେ, ତାହାହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ ।୨୬. ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି ।ଆୟୁବ ୪:୧-୨୧୧. ଏଥିରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,୨. କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷା; କରିପାରେ?୩. ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ ।୪. ତୁମ୍ଭର ବାକ୍ୟ ପତନୋଦ୍ୟତ ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ।୫. ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳା; ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ ।୬. ପରମେଶ୍ଵର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ଵାସ ଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?୭. ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?୮. ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି ।୯. ସେମାନେ ପରମେଶ୍ଵରଙ୍କ ନିଶ୍ଵାସ ଦ୍ଵାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ଵାରା ସଂହାରିତ ହୁଅନ୍ତି ।୧୦. ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦ; ଭଗ୍ନ ହୁଏ ।୧୧. ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି ।୧୨. କଥା ଗୋଟିଏ ଗୁପ୍ତରେ ମୋʼ କତିରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍ ଶଦ୍ଦ ପାଇଲା ।୧୩. ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ଵପ୍ନଦର୍ଶନରୁ ଜାତ ଭାବନା ସମୟରେ,୧୪. ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ଵାରା ମୋହର ଅସ୍ଥିସବୁ ଥରହର ହେଲା ।୧୫. ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା ।୧୬. ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶଦ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,୧୭. ମର୍ତ୍ତ୍ୟ-ମନୁଷ୍ୟ କʼଣ ପରମେଶ୍ଵରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?୧୮. ଦେଖ, ସେ ଆପଣା ଦାସଗଣକୁ ବିଶ୍ଵାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;୧୯. ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି ।୨୦. ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ ।୨୧. ସେମାନଙ୍କ ତମ୍ଵୁ-ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ତା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି ।ଗୀତସଂହିତା ୯୧:୧୪-୧୬୧୪. ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା ।୧୫. ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା ।୧୬. ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା ।ହିତୋପଦେଶ ୨୨:୧୫-୧୫୧୫. ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ ।ରୋମୀୟ ୮:୧-୨୧୧. ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ତାଜ୍ଞା ନାହିଁ ।୨. କାରଣ ଜୀବନଦାୟକ ଆତ୍ମାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛିମ ।୩. ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ,୪. ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ ।୫. କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି ।୬. କାରଣ ଶାରୀରିକ ଭାବ ମୃତ୍ୟୁଜନକ, କିନ୍ତୁଆତ୍ମିକ ଭାବ ଜୀବନ ଓ ଶାନ୍ତିଦାୟକ;୭. ଯେଣୁ ଶାରୀରିକ ଭାବ ଈଶ୍ଵରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ଵରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି ବଶୀଭୂତ ହେବା ଅସମ୍ଭବ;୮. ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ଵରଙ୍କର ସନ୍ତୋଷପାତ୍ର ହୋଇ ପାରନ୍ତି ନାହିଁ ।୯. କିନ୍ତୁ ଈଶ୍ଵରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ । ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ ।୧୦. କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ ।୧୧. ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ଵାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ ।୧୨. ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ;୧୩. କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ ।୧୪. ଯେଣୁ ଯେତେ ଲୋକ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ଚାଳିତ ହୁଅନ୍ତି, ସେମାନେ ଈଶ୍ଵରଙ୍କ ସନ୍ତାନ ।୧୫. କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ଵର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ଵର ଆତ୍ମା ପାଇଅଛ; ତଦ୍ଦ୍ଵାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ ।୧୬. ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ଵୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,୧୭. ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ଵିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ଵରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ-ଉତ୍ତରାଧିକାରୀ ଅଟୁ ।୧୮. କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ ।୧୯. ଯେଣୁ ସୃଷ୍ଟିର ଏକା; ଆକାଂକ୍ଷା ଈଶ୍ଵରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।୨୦. କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାʼର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;୨୧. ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ଵରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ଵନ୍ଧୀୟ ସ୍ଵାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ଵରୁ ମୁକ୍ତ ହେବ । Odia Bible (OROV) 2014 Copyright © 2014 by The Bible Society of India