ଗୋଟିଏ ବର୍ଷରେ ବାଇବଲ | ସେପ୍ଟେମ୍ବର | ୧୦ଯିଶାଇୟ ୧୧:୧-୧୬୧. ଅନନ୍ତର ଯିଶୟର ଗଣ୍ତିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ।;୨. ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;୩. ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣର ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,୪. ମାତ୍ର ସେ ଧର୍ମରେ ଦୀନହୀନମାନଙ୍କର ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେନ୍ତ ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ତ ଦ୍ଵାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ଵାସ ଦ୍ଵାରା ଦୁଷ୍ଟକୁ ସଂହାର କରିବେ ।୫. ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ଵସ୍ତତା ତାହାଙ୍କ କକ୍ଷର ପଟୁକା ହେବ ।୬. ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେନ୍ତ ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ ।୭. ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ ।୮. ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ ।୯. ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ ।୧୦. ଆଉ, ସେଦିନରେ ଗୋଷ୍ଠୀଗଣର ଧ୍ଵଜା ରୂପେ ସ୍ଥାପିତ⇧ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ଵିତ ହେବ ।୧୧. ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକ-ମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମରୁ, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ଵୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ଵିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ ।୧୨. ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ ।୧୩. ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଳେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଳେଶ ଦେବ ନାହିଁ ।୧୪. ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟ-ମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ ।୧୫. ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ଵା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ଵାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ ।୧୬. ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ ।ଯିଶାଇୟ ୧୨:୧-୬୧. ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ ।୨. ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି ।୩. ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ ।୪. ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧।୫. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ ।୬. ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।ଗୀତସଂହିତା ୧୦୬:୬-୧୮୬. ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ ।୭. ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ ।୮. ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ ।୯. ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ ।୧୦. ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ ।୧୧. ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ ।୧୨. ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ ।୧୩. ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ୧୪. ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ ।୧୫. ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ ।୧୬. ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ ।୧୭. ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ଆଚ୍ଛାଦନ କଲା ।୧୮. ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ଵଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା ।ହିତୋପଦେଶ ୨୫:୩-୫୩. ଉଚ୍ଚତା ହେତୁ ସ୍ଵର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ ।୪. ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରି ପାଇଁ ଏକ ପାତ୍ର ବାହାର ହେବ ।୫. ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ ।୨ କରିନ୍ଥୀୟ ୨:୧-୧୭୧. ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେଣସ୍ଥିର କଲି ।୨. ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ?୩. ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ଵାସ ।୪. କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁ ଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି; ଯେପରି ତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କ ପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହୁଅ ।୫. କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି ।୬. ଅଧିକାଂଶଙ୍କ ଦ୍ଵାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;୭. ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ଵନା ଦିଅ ।୮. ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି ।୯. କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି ।୧୦. କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,୧୧. ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ ।୧୨. ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ଵାର ମୁକ୍ତ ହେଲେ ହେଁ ପ୍ରେରିତ. ୧୬:୮ ପ୍ର.କରି.୧୬:୯୧୩. ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି ।୧୪. କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ଵାରା ପ୍ରକାଶ କରୁଅଛନ୍ତି,୧୫. କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ଵରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ଵରୂପ,୧୬. ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ଵରୂପ । ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ?୧୭. ସେହି ଅନେକ ଲୋକ ଯେପରି ଈଶ୍ଵରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ଵରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ । Odia Bible (OROV) 2014 Copyright © 2014 by The Bible Society of India